ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ମଧ୍ୟପ୍ରଦେଶର ଭିଣ୍ଡ ଅଞ୍ଚଳରେ ଘଟିଛି ଏହି ଦୁର୍ଘଟଣା। ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇ ଏକ ଚାଷ ଜମିରେ ପଡିଯାଇଛି। ଏଥିରେ ପାଇଲଟ ସାମାନ୍ୟ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୁଲିସର ବରିଷ୍ଠ ଅଧିକାରୀ ପହଞ୍ଚିଛନ୍ତି। ଏହି ବିମାନଟିକୁ ଜଣେ ଟ୍ରେନି ପାଇଲଟ ଉଡାଉଥିଲେ।