ଭୁବନେଶ୍ଵର: ପୁଣି ରାଜ୍ୟରେ ବଢିବ ଶୀତ। ୨୪ ଘଣ୍ଟାରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ଅପରିବର୍ତ୍ତିତ ରହିବ। କିନ୍ତୁ ପରବର୍ତ୍ତୀ ସମୟରେ ରାତି ତାପମାତ୍ରା ପ୍ରାୟ ୩ ରୁ ୪ ଡିଗ୍ରୀ ହ୍ରାସ ପାଇବ। ଆଜିଠାରୁ ଦକ୍ଷିଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ପ୍ରକୋପ ବୃଦ୍ଧି ପାଇବ। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୋମବାର, ମଙ୍ଗଳବାର ଓ ବୁଧବାର ଶୀତ ଲହରୀକୁ ଲକ୍ଷ୍ୟ କରି ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। କିଛି ଅଞ୍ଚଳରେ ଶୀତ ଲହରୀ ଅନୁଭୂତ ହେବ। ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବୌଦ୍ଧ, ଅନୁଗୁଳ ଏବଂ ଢେଙ୍କାନାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁହୁଡି ଦୃଶ୍ୟମାନ ହେବାର ସମ୍ଭାବନା ରହିଛି। ଏହି ସମୟରେ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।