ପୂର୍ବତନ ବିଧାୟକ ଉମେଶ ସ୍ୱାଇଁଙ୍କ ପରଲୋକ । ହୃଦଘାତରେ ୭୬ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଛି । ଜଗତସିଂହପୁର ବାଲିକୁଦା ନିର୍ବାଚନ ମଣ୍ଡଳିରୁ ସେ ୪ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୧୪ରେ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଥିଲେ । ତେବେ ତାଙ୍କ ଜନ୍ମମାଟି ମାଛଗାଁରେ ଉମେଶଙ୍କର ଶେଷକୃତ୍ୟ ସମ୍ପର୍ଣ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି । ଜନପ୍ରତିନିଧି ଭାବେ ତାଙ୍କ ନିସ୍ୱାର୍ଥପୁର ସେବା ଓ ଜନକଲ୍ୟାଣକାରୀ କାର୍ଯ୍ୟ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍ରେ ଉଲ୍ଲେଖ କରିଛନ୍ତି ।
ଉମେଶ ପ୍ରଥମେ ୧୯୭୭ରୁ ୧୯୮୦ , ୧୯୯୦ରୁ ୧୯୯୫, ୨୦୦୦ରୁ ୨୦୦୫ ଓ ୨୦୦୫ରୁ ୨୦୦୯ ପର୍ଯ୍ୟନ୍ତ ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ । ନିଜ କାର୍ଯ୍ୟକାଳ ସମୟରେ ଅନେକ ଉନ୍ନତିମୂଳକ କାର୍ଯ୍ୟ କରି ଲୋକଙ୍କ ଗହଣରେ ବେଶ୍ ପରିଚିତ ହୋଇଥିଲେ । ସାରା ଜିଲ୍ଲାରେ ଜଣେ ବେଶ୍ ଲୋକପ୍ରିୟ ରାଜନେତା ଭାବରେ ସେ ପରିଚିତ ଥିଲେ । ତାଙ୍କର ବିୟୋଗରେ ସାରା ଜଗତସିଂହପୁର ଜିଲାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।