ଭୁବନେଶ୍ବର,(ଏନଏନଏସ ଓଡ଼ିଆ /୨୮.୦୩): ଆସନ୍ତାକାଲିଠୁ ରାଜ୍ୟକୁ ଆସୁଛି ଆଉ ଏକ ପଶ୍ଚିମାଝଡ଼ । ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖରେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ୩୧ ତାରିଖରେ ଉପକୂଳ ଓଡ଼ିଶାର କେତେକାଂଶରେ ପ୍ରବଳ ବର୍ଷାର ପୂର୍ବାନୁମାନ ସହ ଚାଷୀଙ୍କୁ ସତର୍କ କରିଛି ପାଣିପାଗ ବିଭାଗ। ଆଜି ମଧ୍ୟ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୧୦ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଗଂଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଏବଂ କୋରାପୁଟ ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ।