ଏନଏନଏସ୍: ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ । ଖବର ଅନୁଯାୟୀ, ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଅତିରିକ୍ତ ଯୋଗାଣ ଅଧିକାରୀ ସଞ୍ଜୟ ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଚାଲିଛି। ଏକାସାଙ୍ଗେ ୭ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ ।
ଭୁବନେଶ୍ୱରର ୪ଟି ସ୍ଥାନ ସମେତ ଗଞ୍ଜାମର ୨ଟି ସ୍ଥାନ ଏବଂ ମୟୁରଭଞ୍ଜର ଗୋଟିଏ ସ୍ଥାନରେ ଚଢାଉ ଜାରି ରହିଛି। ଚଢ଼ାଉରେ ସାମିଲ ଅଛନ୍ତି ଭିଜିଲାନ୍ସର ୫ ଜଣ ଡ଼ିଏସପି, ୧୨ ଜଣ ଇନିସ୍ପେକ୍ଟର ଓ ଅନ୍ୟ ଭିଜିଲାନ୍ସ କର୍ମଚାରୀ। ବର୍ତ୍ତମାନ ପର୍ଯ୍ୟନ୍ତ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ସେନେଇ ସ୍ପଷ୍ଟ ସୂଚନା ମିଳିପାରିନାହିଁ ।