ମାଟ୍ରିକ ମୂଲ୍ୟାୟନ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ପ୍ରେସମିଟ । ଜୁଲାଇରେ ପରୀକ୍ଷା ଦେଇପାରିବେ ଛାତ୍ରଛାତ୍ରୀ । ଜୁଲାଇରେ ମାଟ୍ରିକ୍ ଅଫ୍ଲାଇନ୍ ପରୀକ୍ଷା । ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ଅଫ୍ଲାଇନ୍ ମାଟ୍ରିକ୍ ପରୀକ୍ଷା ବ୍ୟବସ୍ଥା କରାଯାଇଛି । ଜୁଲାଇ ୫ ତାରିଖରୁ ଅଫ୍ଲାଇନ୍ ପରୀକ୍ଷା ନେଇ ଫର୍ମ ଫିଲଅପ୍ ଆରମ୍ଭ ହେବ । ୧୦ ଦିନ ଭିତରେ ଫର୍ମ ଫିଲଅପ୍ ଶେଷ କରିବାକୁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଫର୍ମ ଫିଲଅପ୍ ପାଇଁ ୧୦ ଦିନ ଦିଆଯିବ । ଜୁଲାଇ ମାସରେ ହିଁ ଅଫଲାଇନ୍ ପରୀକ୍ଷା କରାଯିବ । ପରୀକ୍ଷାର ୧୫ ଦିନ ମଧ୍ୟରେ ହିଁ ରେଜଲ୍ଟ ବାହାରିବ । ସେହି ରେଜଲ୍ଟକୁ ନେଇ ଯୁକ୍ତ ୨ରେ ନାମଲେଖାଇ ପାରିବେ । ଯେଉଁମାନେ ଅଫଲାଇନ୍ ପରୀକ୍ଷା ଦେବେ ସେହି ମାର୍କ ହିଁ ଫାଇନାଲ ହେବ। ଜୁଲାଇରେ ପରୀକ୍ଷା କରି ଶୀଘ୍ର ରେଜେଲ୍ଟ ପକାଶ କରାଯିବ ବୋଲି ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି । ଉତ୍ତୀର୍ଣ୍ଣ ପରୀକ୍ଷାର୍ଥୀଙ୍କ ପାଇଁ +୨ ନାମଲେଖା ସମସ୍ୟା ହେବନି ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି ।
ଛାତ୍ରଛାତ୍ରୀଙ୍କ ଜୀବନର ସୁରକ୍ଷା ପାଇଁ ସରକାର ମାଟ୍ରିକ ପରୀକ୍ଷାକୁ ବାତିଲ୍ କରିବା ସହ ବିକଳ୍ପ ବ୍ୟବସ୍ଥା କରିବାକୁ ବୋର୍ଡ କହିଥିଲେ । ମାଧ୍ୟମିକ ଶିକ୍ଷା ପରିଷଦ ବିଚାରବିମର୍ଶ, ପରାମର୍ଶ ପରେ ବିକଳ୍ପ ଆସେସମେଣ୍ଟ ବ୍ୟବସ୍ଥା କରିଥିଲା ।
ଏହାକୁ ୱେବସାଇଟରେ ଦିଆଯାଇ ସବୁ ସ୍କୁଲର ପ୍ରଧାନଶିକ୍ଷକଙ୍କୁ ପଠା ଯାଇଥିଲା । ମେ ୭ ତାରିଖରେ ଉକ୍ତ ଗାଇଡଲାଇନକୁ ସାର୍ବଜନୀନ କରାଯାଇଥିଲା । ସେହି ଅନୁସାରେ, ନବମ ଓ ଦଶମ ଶ୍ରେଣୀର ମାର୍କକୁ ଫଳାଫଳ ମୂଲ୍ୟାୟନ କରାଯାଇଥିଲା ।