କଟକ, : ଆଜି ପ୍ରକାଶ ପାଇବ ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଫଳ । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇବ ରେଜଲ୍ଟ । ଅପରାହ୍ନ ୪ଟା ବେଳେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ସେହିଭଳି ସନ୍ଧ୍ୟା ୬ଟା ପରଠାରୁ ୨ଟି ୱେବସାଇଟ୍ରେ ଉପଲବ୍ଧ ହେବ ପରୀକ୍ଷା ଫଳ । ଓ୍ବେବସାଇଟ୍ bseodisha.in ଓ bseodisha.nic.inରେ ଉପଲବ୍ଧ ହେବ ରେଜଲ୍ଟ ହେବ । SMS ଜରିଆରେ ମଧ୍ୟ ରେଜଲ୍ଟ ପାଇ ପାରିବେ ଛାତ୍ରଛାତ୍ରୀ । ଏଥିପାଇଁ OR01 ଲେଖି ସ୍ପେଶ୍ ଦେବା ପରେ ରୋଲ ନମ୍ବର ଲେଖି 5676750କୁ SMS କରିବାକୁ ହେବ । ସେପଟେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଚଳିତବର୍ଷ ମହାମାରୀ କରୋନା କାରଣରୁ ଗଣଶିକ୍ଷା ବିଭାଗ ମାଟ୍ରିକ ପରୀକ୍ଷା ବାତିଲ୍ କରିଥିଲା । ନବମ ଓ ଦଶମ ଶ୍ରେଣୀର ପରୀକ୍ଷାଫଳକୁ ନେଇ ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବାକୁ ଯାଉଛି ।
Plugin Install : Subscribe Push Notification need OneSignal plugin to be installed.