ଭୁବନେଶ୍ୱର(ଏନଏନଏସ୍): ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ ମାମଲାରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ । ଝାରସୁଗୁଡା ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ । କିନ୍ତୁ ଚାର୍ଜସିଟିରେ କଣ ଉଲ୍ଲେଖ କରାଯାଇଛି ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ । ଚାର୍ଜସିଟ୍ ଦାଖଲ କଲେ ତଦନ୍ତକାରୀ ଡିଏସପି ଅଧିକାରୀ ।
ପୂର୍ବ ସୂଚନା ଅନୁଯାୟୀ ଗତ ଜାନୁଆରୀ ୨୯ରେ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ପୋଲିସ ଏଏସଆଇ ଗୋପାଳ ଦାସ ନବ ଦାସଙ୍କୁ ଗୁଳି କରି ହତ୍ୟା କରିଥିଲେ । ଏହି ହତ୍ୟାକାଣ୍ଡକୁ ନେଇ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଥିଲା । ବିରୋଧୀମାନେ ମଧ୍ୟ ଏହି ପ୍ରସଙ୍ଗରେ ସରକାରଙ୍କୁ ଘେରିଥିଲେ । ତେବେ ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହାର ତଦନ୍ତଭାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ । କିନ୍ତୁ କ୍ରାଇମବ୍ରାଞ୍ଚ ତଦନ୍ତକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଥିଲେ ବିରୋଧୀ ।