ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ଅଷ୍ଟ୍ରେଲିଆର ହାଇକମିଶନର ବ୍ୟାରୀ ଓଫାରେଲ ଏଓ (Barry O’Farrel AO)ଙ୍କ ସହିତ ଆଲୋଚନା କରି ବିଭିନ୍ନ କ୍ଷେତ୍ରରେ ଅଷ୍ଟ୍ରେଲିଆ ସହିତ ଓଡିଶାର ଅଧିକ ସହଯୋଗ ସଂପର୍କରେ ଆଲୋଚନା କରିଛନ୍ତି। ବୈଠକରେ ଉଭୟ ଦେଶ ମଧ୍ୟରେ ବ୍ୟବସାୟ ଓ କାରିଗରୀ କୌଶଳ କ୍ଷେତ୍ରରେ ସହଯୋଗର ବ୍ୟାପକ ସମ୍ଭାବନା ଅଛି ବୋଲି ବୈଠକରେ ମତପ୍ରକାଶ ପାଇଥିଲା । ଏତଦ୍ବ୍ୟତୀତ ଓଡିଶାର ଦକ୍ଷ ମାନବ ସମ୍ବଳର ଉପଯୋଗ ଉପରେ ଆଲୋଚନା ହୋଇଥିଲା। ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଓଡିଶାରେ ହକି ୱାର୍ଲଡ଼କପ ସମୟରେ ଅଷ୍ଟ୍ରେଲିଆ ଦଳର ଗସ୍ତ ସଂପର୍କରେ ମନେପକାଇ ଅଷ୍ଟ୍ରେଲିଆ ହକି ଦଳର ଦକ୍ଷତାର ଉଚ୍ଚପ୍ରଶଂସା କରିଥିଲେ । ଓଡିଶାରେ ବିଭିନ୍ନ କ୍ରୀଡା ଭିତ୍ତିଭୂମି ସୃଷ୍ଟି, ଉନ୍ନତମାନର ତାଲିମ, ବିଶେଷ କରି ହକି ଖେଳକୁ ଅଧିକ ପ୍ରୋତ୍ସାହନ ଦେବା ଉପରେ ଓଡିଶା ଓ ଅଷ୍ଟ୍ରେଲିଆ ମଧ୍ୟରେ ଅଧିକ ସହଯୋଗ ପାଇଁ ଉଭୟ ସହମତି ପ୍ରକାଶ କରିଥିଲେ । ଏତଦ୍ବ୍ୟତୀତ ଖଣି ଅନୁସନ୍ଧାନ କ୍ଷେତ୍ରରେ ଅଷ୍ଟ୍ରେଲିଆ ଓ ଓଡିଶା ମଧ୍ୟରେ ଅଧିକ ମିଳିତ ସହଯୋଗ ଉପରେ ବୈଠକରେ ଗୁରୁତ୍ବ ଆରୋପ କରାଯାଇଥିଲା ।
#CMO_Odisha #AusHCCIndia #OdishaForSports #SkilledInOdisha #NNSODIA