ଏନଏନଏସ୍: ଖୋର୍ଦ୍ଧା ଜିଲ୍ଲାରେ ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ ଓ କେନ୍ଦୁଝର ବଡବିଲରେ ଟ୍ରାଫିକ ପୋଲିସ ଷ୍ଟେସନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ। ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟ ହୋଇଛି ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ୍ ପୋଲିସ ଷ୍ଟେସନ। ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ। ଆଉ ଏବେ ଖୋର୍ଦ୍ଧାରେ ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାଦ୍ୱାରା ୨୩ଟି ଅତିରିକ୍ତ ପଦବୀ ସୃଷ୍ଟି ହୋଇଛି । ୨୩ଟି ନୂତନ ପଦବୀ ମଧ୍ୟରେ ଗୋଟିଏ ଇନ୍ସପେକ୍ଟର, ୬ଟି ସବ୍ ଇନିସପେକ୍ଟର, ୩ଟି ଆସିଷ୍ଟାଣ୍ଟ ସବ୍ ଇନିସପେକ୍ଟର , ୨ଟି ହାବିଲଦାର ଏବଂ ୧୧ଟି କନେଷ୍ଟବଳ ପଦବୀ ରହିଛି।
ସେହିପରି କେନ୍ଦୁଝର ଓ ବଡବିଲରେ ୨ଟି ଟ୍ରାଫିକ ପୋଲିସ ଷ୍ଟେସନକୁ ମଧ୍ୟ ମଞ୍ଜୁରୀ ମିଳିଛି। ଏହି ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ପାଇଁ ୨୪ଟି ପଦବୀରେ ୨ଟି ଇନ୍ସପେକ୍ଟର, ୬ଟି ଆସିଷ୍ଟାଣ୍ଟ ସବ୍ଇନସ୍ପେକ୍ଟର ଓ ୧୬ଟି କନେଷ୍ଟବଳ ପଦବୀ ରହିଛି । ଏ ସଂପର୍କୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି ।