ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୧୮ ହଜାରରୁ ଟିକେ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ ଅଧିକ ରହିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୮୭୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୭୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୭,୧୬,୪୫୧ ଓ ମୃତ୍ୟୁସଂଖ୍ୟା ୪,୪୭,୭୫୧ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୮,୧୭୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୯,୮୬,୧୮୦ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୮୨,୫୨୦। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୭,୬୬,୬୩,୪୯୦ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୫୪,୧୩,୩୩୨ ଡୋଜ୍ ଟିକା। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୨୬ ତାରିଖ ସୁଦ୍ଧା ସମୁଦାୟ ୫୬,୭୪,୫୦,୧୮୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୦୪,୭୧୩ଟି ନମୁନା। ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୬୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୩ ଜଣ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷରୁ କମ । କ୍ବାରାଣ୍ଟାଇନରୁ ୩୨୮ ଜଣ ଚିହ୍ନଟ ହୋଇଥିବାବେଳେ ୨୩୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ୫୬୫ ଜଣଙ୍କ ମଧ୍ୟରୁ ଅନୁଗୁଳରୁ ୮ ଜଣ, ବାଲେଶ୍ୱରରୁ ୨୮ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୬ ଜଣ, କଟକରୁ ୬୧ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୫ ଜଣ, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୦ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୨ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୪ ଜଣ, ଖୋର୍ଦ୍ଧାରୁ ୨୫୬ ଜଣ, କୋରାପୁଟରୁ ୪, ମୟୁରଭଞ୍ଜରୁ ୨୬ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୩, ପୁରୀରୁ ୧୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦,୨୫,୮୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୨୨,୧୧୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୫୧୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
#CoronaUpdate #NNSODIA