ଭୁବନେଶ୍ବର : ରାଜ୍ୟରେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬, କଟକ, ଝାରସୁଗୁଡା, ପୁରୀ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, କେନ୍ଦ୍ରାପଡା, ବାଲେଶ୍ଵର ଓ କୋରାପୁଟରୁ ୩ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ମୟୂରଭଞ୍ଜ ଓ ନୂଆପଡାରୁ ୨ ଜଣ ଲେଖାଏଁ, କଳାହାଣ୍ଡି, ରାୟଗଡା, ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୭୩୯୨୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୦୪୭୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୨୯୮୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୦୨୮୮୧୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।