ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ, ନୟାଗନ, ପୁରୀ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, କଟକ, ଗଞ୍ଜାମ, କେନ୍ଦ୍ରାପଡ଼ା ଓ ଢ଼େଙ୍କାନାଳରୁ ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ବର, ବରଗଡ଼, ଜଗତସିଂହପୁର,ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର,କୋରାପୁଟ, ମୟୂରଭଞ୍ଜ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୧୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୧୬୧୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୯୫୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୦୯୯୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୯୦୮୦୯୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।