ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ ରହିଥିବା ବେଳେ ବରଗଡ଼, କଟକ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ , ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଜଗତସିଂହପୁର , କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ରହିଥିବା ବେଳେ ନୟାଗଡ଼, ସମ୍ବଲପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବୌଦ୍ଧ, ଢେଙ୍କନାଳ, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୯୦୫୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୭୭୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୫୩୦୧୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୬୧ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୩୩୫୩୧୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।