ଭୁବନେଶ୍ୱର : ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୬୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧୭ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୧୨୩ ଜଣ ଲୋକାଲ୍ କେସ୍ ରହିଛନ୍ତି । ଖୋର୍ଦ୍ଧା ଓ କଟକକୁ କାଟି ବାଲେଶ୍ୱରରେ ସର୍ବାଧିକ ୩୯୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୮୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨୧, ଭଦ୍ରକରୁ ୧୨୮,ବଲାଙ୍ଗିରରୁ ୧୧, ବୌଦ୍ଧରୁ ୧୯, କଟକରୁ ୨୬୬, ଦେବଗଡ଼ରୁ ୪, ଢ଼େଙ୍କାନାଳରୁ ୬୭, ଗଜପତିରୁ ୧୮, ଗଞ୍ଜାମରୁ ୧୭, ଜଗତସିଂହପୁରରୁ ୧୩୨,ଯାଜପୁରରୁ ୧୬୨, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୨୦, କନ୍ଧମାଳରୁ ୧୫, କେନ୍ଦ୍ରାପଡ଼ାରୁ ୫୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିଭଳି କେନ୍ଦୁଝରରୁ ୭୦, ଖୋର୍ଦ୍ଧାରୁ ୩୬୫, କୋରାପୁଟରୁ ୬୧, ମାଲକାନଗିରିରୁ ୬୪, ମୟୂରଭଞ୍ଜରୁ ୧୫୫, ନବରଙ୍ଗପୁରରୁ ୨୦, ନୟାଗଡ଼ରୁ ୯୨, ନୂଆପଡ଼ାରୁ ୮, ପୁରୀରୁ ୧୭୮, ରାୟଗଡ଼ାରୁ ୪୯, ସମ୍ବଲପରୁରରୁ ୨୩, ସୋନପୁରରୁ ୨୫, ସୁନ୍ଦରଗଡ଼ରୁ ୨୮ ଏବଂ ଷ୍ଟେଟପୁଲରୁ ୭୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୬୪୨୯ ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୬୪୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୬୧୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୭୦୭୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୬୮୪୨୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।