ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨୬ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୭୨୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୭୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୩୭,୬୬,୭୦୭ ଓ ମୃତ୍ୟୁସଂଖ୍ୟା ୪,୪୮,୩୩୯ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୮,୨୪୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୩୦,୪୩,୧୪୪ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୭୫,୨୨୪।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୯,୦୨,୦୮,୦୦୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୬୪,୪୦,୪୫୧ ଡୋଜ୍ ଟିକା।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ସମୁଦାୟ ୫୭,୦୪,୭୭,୩୩୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୨୦,୮୯୯ଟି ନମୁନା।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୭୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୯୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୨୬ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୬୨ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୨୩ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୭ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେଉଁଝରରୁ ୫ ଜଣ, କୋରାପୁଟରୁ ୪ ଜଣ, ଖୋର୍ଦ୍ଧାରୁ ୨୦୦ ଜଣ, ମୟୁରଭଞ୍ଜରୁ ୨୩ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୬ ଜଣ, ସମ୍ୱଲପୁରରୁ ୧୧ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୬, ୯୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୧୩,୧୪୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୫୫୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।