ଏନଏନଏସ୍: ପ୍ରଚଣ୍ଡ ଖରା ତାତିରେ ସିଝୁଛନ୍ତି ରାଜ୍ୟବାସୀ । ଆଜି ମଧ୍ୟ କଲବଲ କରିଛି ତାତି । ଏହାକୁ ଦୃଷ୍ଟିରେ ରଖି ୬ଟି ଜିଲ୍ଲାକୁ ହିଟୱେବ ଆଲର୍ଟ ଜାରି କରାଯାଇଛି । ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ସୋନପୁର ଓ ବୌଦ୍ଧ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ତେବେ ଆସନ୍ତା ଶୁକ୍ରବାର ଠାରୁ ପାଗରେ ପରିବର୍ତ୍ତନ ହୋଇପାରେ ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । କାଳବୈଶାଖୀ ପ୍ରଭାବରେ ୨୧ ରୁ ୨୩ ତାରିଖ ମଧ୍ୟରେ ଓଡିଶାର ଅଧିକାଂଶ ସହରର ତାପମାତ୍ରା ୨ରୁ ୪ ଡିଗ୍ରୀ କମିପାରେ ।
୨୧ ତାରିଖରେ କାଳବୈଶାଖୀ ନେଇ ୮ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଓ ରାୟଗଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ହୋଇପାରେ । ସେହିପରି ୨୨ ଓ ୨୩ ତାରିଖରେ ବର୍ଷା ନେଇ ଆକଳନ କରାଯାଇଛି ।