ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଜି ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଲଘୁଚାପ କ୍ଷେତ୍ରର ପ୍ରଭାବରେ ଆଜି ୧୧ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଜିଲ୍ଲାଗୁଡ଼ିକ ମଧ୍ୟରେ ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ, ବରଗଡ଼, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ସୁବର୍ଣ୍ଣପୁର, ଦେବଗଡ଼ ଓ ସୁନ୍ଦରଗଡ଼ ରହିଛି । ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସଂପୃକ୍ତ ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନଙ୍କୁ ଆଗୁଆ ସତର୍କ ରହିବା ପାଇଁ ଏସଆରସି ପରାମର୍ଶ ଦେଇଛନ୍ତି।
#weather #heavyrain #NNSODIA