ଭୁବନେଶ୍ୱର,(ଏନଏନଏସ ଓଡ଼ିଆ/ ୦୧.୦୪): ଟ୍ରପଲାଇନ୍ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ପବନ ପାଇଁ ଅଧା ଓଡ଼ିଶାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାଗୁଡିକରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ଆକଳନ କରାଯାଇଛି ।
ଆସନ୍ତାକାଲି ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ପ୍ରଚଣ୍ଡ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ୧୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ପରଠାରୁ କୌଣସି ଜିଲ୍ଲାକୁ ସତର୍କତା ଜାରି କରାଯାଇନଥିବା ବେଳେ ସେହିଦିନ ରାତିରେ ପୁଣି ଏକ ପଶ୍ଚିମା ଝଡ ସକ୍ରିୟ ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ପୁଣି ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶା ପ୍ରଭାବିତ ହେବାର ଅଧିକ ସମ୍ଭାବନା ରହିଛି ।