ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ହିଞ୍ଜିଳିର ଆଉ ୧୦ଟି ରୂପାନ୍ତରୀତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଥିଲା। 5T ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି। ଆଗକୁ ୫ଟି ପର୍ଯ୍ୟାୟରେ ୫୦ଟି ସ୍କୁଲର ଲୋକାର୍ପଣ କରାଯିବ।
ଲୋକାର୍ପିତ ହୋଇଥିବା ବିଦ୍ୟାଳୟ ଗୁଡିକ ହେଉଛି –
(୧) ବୃନ୍ଦାବନ ନାୟକ ସ୍ମୃତି ବିଦ୍ୟାପୀଠ, ଶାସନ ଆମ୍ବଗାଁ ପଞ୍ଚାୟତ
(୨) କୁମାରପାଣି ହାଇସ୍କୁଲ, କୁମାରପାଣି ପଞ୍ଚାୟତ
(୩) ସରକାରୀ ୟୁଜି ହାଇସ୍କୁଲ, ସାପୁଆପଲ୍ଲୀ, ଦାରୁଭଦ୍ର ପଞ୍ଚାୟତ
(୪) ଲାଞ୍ଜିଆପଲ୍ଲୀ ହାଇସ୍କୁଲ, ଧନତରା ପଞ୍ଚାୟତ
(୫) ଗ୍ରାମପଞ୍ଚାୟତ ହାଇସ୍କୁଲ, ଶାହାପୁର ପଞ୍ଚାୟତ
(୬) କରଡ଼କଣା ହାଇସ୍କୁଲ, କରଡକଣା ପଞ୍ଚାୟତ
(୭) ଭଗବତୀ ବିଦ୍ୟାପୀଠ, ବୁରୁପଦ ପଞ୍ଚାଯତ
(୮) ସହିଦ୍ ହାଇସ୍କୁଲ, ଟକରଡା ପଞ୍ଚାୟତ
(୯) ମା କାଳୀ ହାଇସ୍କୁଲ, କୁଳାଗଡା ପଞ୍ଚାୟତ
(୧୦) ଜେ.ସି.ସି. ହାଇସ୍କୁଲ, ଭାବନ୍ଧ ପଞ୍ଚାୟତ
5Tକାର୍ଯ୍ୟକ୍ରମର ଏହି ରୂପାନ୍ତରୀକରଣ ପିଲାମାନଙ୍କ ଭବିଷ୍ୟତ ପାଇଁ ଏବଂ ସେମାନଙ୍କୁ ଶ୍ରେଷ୍ଠ ଭାବେ ଗଢିତୋଳିବ ପାଇଁ ଏହା ଅନେକ ସୁଯୋଗ ସୃଷ୍ଟି କରିବ । ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟରେ ଛାତ୍ର ଛାତ୍ରୀ, ଅଭିଭାବକ, ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିପାରିଛି । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଓ ବିଧାୟକମାନେ ସେମାନଙ୍କ ଅଞ୍ଚଳରେ ଏହି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ କିପରି ଭଲ ଭାବରେ କାର୍ଯ୍ୟକାରୀ ହେବ ଏବଂ ଏହା ସହିତ ସ୍ଥାନୀୟ ଜନସାଧାରଣଙ୍କୁ ସାମିଲ କରି ଗଞ୍ଜାମରେ ଯେପରି ସଫଳତା ମିଳିଛି, ସେହିପରି ଅନ୍ୟ ସବୁ ଜିଲ୍ଲାରେ ମଧ୍ୟ ଲୋକଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହି ଅବସରରେ ୧୦ଟି ଯାକ ସ୍କୁଲରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଯୋଗ ଦେଇଥିଲେ ମନ୍ତ୍ରୀମଣ୍ଡଳର ସଦସ୍ୟ ,ବିଧାୟକଗଣ, ସରପଞ୍ଚ, ପଞ୍ଚାୟତ ସଦସ୍ୟ, ସ୍କୁଲର ପୁରାତନ ଛାତ୍ରଛାତ୍ରୀ, ବର୍ତ୍ତମାନର ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ । କାର୍ଯ୍ୟକ୍ରମ ପରିଚାଳନା କରିଥିଲେ 5Tସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ।
#CMO #5T #VKPandian #Hinjili #NNSODIA