ଭୁବନେଶ୍ବର,(ଏନଏନଏସ ଓଡ଼ିଆ /୨୭.୦୩): ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୯ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ପାଣିକେନ୍ଦ୍ରର ସୂଚନା ଅନୁସାରେ, ଆଜି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ସାଙ୍ଗକୁ ବର୍ଷା ହୋଇପାରେ। ଏନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣିଂ ଜାରି କରିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି। ଏସବୁ ଜିଲ୍ଲାରେ ବର୍ଷା ହେବାସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।
ଗତକାଲି ଦିନ ସମୟରେ ଟାଣ ଖରା ଅନୁଭୂତ ହେବା ସହ ଗୁଳଳିଗୁଳି ମଧ୍ୟ ହୋଇଥିଲ। କିନ୍ତୁ ଅପରାହ୍ନ ଆଡ଼କୁ ପାଗ ବଦଳି ଯାଇଥିଲା। ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇଥିଲା।