ଭୁବନେଶ୍ୱର(ଏନଏନଏସ୍): ଦକ୍ଷିଣ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ପରବର୍ତ୍ତୀ ସମୟରେ ଏହା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ଏନେଇ ଆଜି ଭୁବନେଶ୍ୱର ମହାନଗର ନିଗମର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ବୈଠକରେ ଯୋଗ ଦେବେ ବିଦ୍ୟୁତ ବିଭାଗ, ଅଗ୍ନିଶମ ବିଭାଗ, ଜଳ ବିଭାଗ ସମେତ ବିଏମସିର ଉଚ୍ଚ ପଦାଧିକାରୀ। ଏନେଇ ବିଏମସିର ସମସ୍ତ ଟିମ୍ ପ୍ରସ୍ତୁତ ରହିଛନ୍ତି।
ଆସନ୍ତା ୬ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୪୮ ଘଣ୍ଟା ପରେ ଲଘୁଚାପର ରୂପ ନେବ। କିନ୍ତୁ ଲଘୁଚାପ ବାତ୍ୟାର ରୂପ ନେବ କି ନାହିଁ ସେ ନେଇ ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିନାହିଁ। ଅନ୍ୟପଟେ ଲଘୁଚାପ ଅବପାତର ରୂପ ନେବା ପରେ, ଚିତ୍ର ସ୍ପଷ୍ଟ ହେବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି।