ଭୁବନେଶ୍ୱର(ଏନଏନଏସ୍): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ଜିଲ୍ଲାରେ ରହିଛି କାଳବୈଶାଖୀର ସମ୍ଭାବନା । ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ଉପକୂଳର ୧୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଶେଷ କରି କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଏବଂ କାଳବୈଶାଖୀ ସମୟରେ ଏହିସବୁ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ମଧ୍ୟରେ ରହିବ। ଏନେଇ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।