ଭୁବନେଶ୍ୱର(ଏନଏନଏସ୍): ଆସନ୍ତା ମେ ୨ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀର ପ୍ରଭାବ। କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୬ଟି ଜିଲ୍ଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି ଏବଂ ଗଞ୍ଜାମକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୩ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପଟେ ମେ ୨ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ଜାରି ରହିବା ନେଇ ତାପମାତ୍ରା ଅଧିକ ବଢିବାର ସମ୍ଭାବନା ନାହିଁ ବୋଲି କହିଛି ପାଣିପାଗ କେନ୍ଦ୍ର।