ଭୁବନେଶ୍ୱର(ଏନଏନଏସ୍): ରାଜ୍ୟରେ ଜାରି ରହିଛି କାଳବୈଶାଖୀର ପ୍ରଭାବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୫ ଦିନ ମଧ୍ୟରେ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବାରେ ସମ୍ଭାବନା ନାହିଁ । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି, ରାୟଗଡା, ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ, କଟକ, ଜଗତସିଂହପୁର, ଅନୁଗୁଳ, କେନ୍ଦ୍ରାପଡା, ଯାଜପୁର, ଢ଼େଙ୍କାନାଳ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।