ଭୁବନେଶ୍ୱର(ଏନଏନଏସ୍): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ନୀତିଶ କୁମାର । ବିହାର ଭବନ ପାଇଁ ପୁରୀରେ ଜମି ଦେବେ ଓଡିଶା ସରକାର । ଆଜି ମଧ୍ୟାହ୍ନରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ପରେ ସାମ୍ବାଦିକମାନଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ପୁରୀରେ ବିହାର ଭବନ ପାଇଁ ଓଡିଶା ସରକାର ବିହାର ସରକାରଙ୍କୁ ଦେଢ ଏକର ଜମି ମାଗଣାରେ ଯୋଗାଇଦେବେ । ଜଗନ୍ନାଥ ଧାମ ପୁରୀକୁ ଆସୁଥିବା ବିହାରର ଲୋକମାନଙ୍କ ରହଣି ସୁବିଧା ପାଇଁ ବିହାର ସରକାର ବିହାର ଭବନ ନିର୍ମାଣ ପାଇଁ ଇଚ୍ଛା ପ୍ରକାଶ କରିଥିଲେ । ଏହି ଘୋଷଣା ପାଇଁ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଥିଲେ ।