ଲକ୍ଷଣ ନ ଥିଲେ କରନ୍ତୁ ନାହିଁ କୋଭିଡ଼୍ ଟେଷ୍ଟିଂ। ପଜିଟିଭ୍ ସଂସ୍ପର୍ଶରେ ଆସିଥିଲେ ମଧ୍ୟ ଲକ୍ଷଣ ନାହିଁ ତ ଟେଷ୍ଟିଂ ଦରକାର ନାହିଁ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । କେନ୍ଦ୍ର ସରକାରଙ୍କ ନୂଆ ଗାଇଡ୍ ଲାଇନ୍ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ମୋଟ ସଂକ୍ରମଣର ୨ ପ୍ରତିଶତରୁ କମ୍ ହସପିଟାଲରେ ଆଡମିଟ ହୋଇଛନ୍ତି। ଆଇସିୟୁରେ ପ୍ରାୟ ୩୫୦ରୁ ୩୬୦ ଆକ୍ରାନ୍ତ ଅଛନ୍ତି। ଗାଇଡଲାଇନ ଅନୁସାରେ ବୃଦ୍ଧ ବ୍ୟକ୍ତି ବି ଲକ୍ଷଣ କମ୍ ଥିଲେ ଆଇସୋଲେସନରେ ରହିବା ଭଲ। ଏହା ସହ ଅନାବଶ୍ୟକ ମେଡ଼ିସିନ୍ ବ୍ୟବହାର କରିବାକୁ ମଧ୍ୟ ସତର୍କ କଲେ ନିରଞ୍ଜନ ମିଶ୍ର। ଭାଇରାଲ ଫ୍ଲୁ ଆଣ୍ଟିବାଓଟିକ୍ ଆବଶ୍ୟକ ନାହିଁ ଏଣୁ ଅଯଥା ମେଡିସିନ୍ ବ୍ୟବହାର ଦରକାର ନାହିଁ ବୋଲି ସ୍ୱାସ୍ଥ୍ୟ ବିଭାଗ ବାରମ୍ବାର କହିଥିବା ନିର୍ଦ୍ଦେଶକ କହିଛନ୍ତି। ଏହି ଗାଇଡଲାଇନ ବିଷୟରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାକୁ ଜଣାଇ ଦିଆଯାଇଛି ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ଅନ୍ୟପକ୍ଷରେ ରାଜ୍ୟରେ କରୋନାର ତୃତୀୟ ଲହର ଆରମ୍ଭ ହୋଇଯାଇଥିବା ବେଳେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଲଗାତାର ତିନି ଦିନ ଧରି ୧୦ ହଜାର ଉପରେ ରହିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ହଜାର ୮୫୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।