ଭୁବନେଶ୍ୱର(ଏନଏନଏସ୍): ଆହୁରି ଅସହ୍ୟ ହେବ ତାତି । ତାପମାତ୍ରା ଆହୁରି ୩ ରୁ ୪ଡିଗ୍ରୀ ବଢିବ । ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁପାରେ । ଆସନ୍ତା ୨୨ ଯାଏଁ ଭୟଙ୍କର ଗ୍ରୀଷ୍ମପ୍ରବାହ ଜାରି ରହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଜି ଝାରସୁଗୁଡା, ସୋନପୁର, ସୁନ୍ଦରଗଡ଼, ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳ ଗରମ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।
ଅନ୍ୟପଟେ ଆସନ୍ତା ୧୬ ଓ ୧୭ ତାରିଖରେ ମଧ୍ୟ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ପ୍ରବାହିତ ହେବ । ୧୬ ତାରିଖଠାରୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଅନୁଗୁଳ, ଦେବଗଡ଼, ବୌଦ୍ଧ ଓ ବଲାଙ୍ଗୀର ଆଦି ଜିଲ୍ଲାରେ ଏବଂ ୧୭ ତାରିଖ ଦିନ ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଆଦି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ଏନେଇ ଏହିସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।