ଭୁବନେଶ୍ୱର(ଏନଏନଏସ୍): ଆସନ୍ତାକାଲିଠାରୁ ଓଡ଼ିଶାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲର ଗ୍ରୀଷ୍ମକାଳୀନ ଛୁଟି। ଯୁକ୍ତ୨ ପର୍ୟ୍ୟନ୍ତ ଶିକ୍ଷା ପ୍ରଦାନ କରୁଥିବା ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ବନ୍ଦ ରହିବ। ଏଥିସହ ପ୍ରି-ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ମଧ୍ୟ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଆଖି ଆଗରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାଯାଇଛି। ଏନେଇ ଆଜି ସରକାର ବିଧିବଦ୍ଧଭାବେ ଘୋଷଣା କରିଛନ୍ତି।