ମହାମାରୀ କରୋନା ସମୟରେ ରାଜ୍ୟରେ ବଢ଼ିଛି କୃଷି ଉତ୍ପାଦନ | ଛତୁ ଓ ଲେମ୍ବୁ ଉତ୍ପାଦନରେ ଓଡିଶା ହୋଇଛି ୧ ନମ୍ବର ରାଜ୍ୟ | ବାଇଗଣ ଉତ୍ପାଦନରେ ଦୁଇ ନମ୍ବରରେ ରହିଛି ଓଡ଼ିଶା । ସେହିପରି ଚାଉଳ ଉତ୍ପାଦନରେ ବଳକା ରାଜ୍ୟ ଓଡିଶା ଚର୍ତୁଥ ସ୍ଥାନରେ ରହିଛି । ବିଦେଶକୁ ୭୦୦ ମେଟ୍ରିକ ଟନ ଚାଉଳ ପଠା ଯାଉଥିବା ବେଳେ ଆଗକୁ ୧ ହଜାର ମେଟ୍ରିକ ଟନ ଚାଉଳ ପଠାଇବାକୁ ଲକ୍ଷ୍ୟ ରଖିଛନ୍ତି ସରକାର । ବିଧାନସଭାର ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଅରୁଣ ସାହୁ ଏହି ଉତ୍ତର ରଖିଛନ୍ତି ।
ରାଜ୍ୟରେ ମୋଟ ୧୧୩ଟି ଶୀତଳ ଭଣ୍ଡାର ଥିବାବେଳେ ସେଥି ମଧ୍ୟରୁ ୭୯ଟି ଅଚଳ ହୋଇପଡ଼ିଛି । ସଚଳ ଥିବା ଶୀତଳ ଭଣ୍ଡାର ମଧ୍ୟରୁ କୃଷି ବିଭାଗର ୪ଟି ଶୀତଳ ଭଣ୍ଡାର ରହିଛି । ଯାହାର କ୍ଷମତା ୪ ହଜାର ମେଟ୍ରିକ ଟନ୍ । ସମବାୟ ବିଭାଗ ଅଧୀନରେ ୧୮ଟି ଶୀତଳ ଭଣ୍ଡାର ରହିଛି । ଏଥିରୁ କେତେ ଅଚଳ ଓ କେତେ ସଚଳ ତାହାର ତଥ୍ୟ ମୋ ପାଖରେ ନାହିଁ ବୋଲି କହିଛନ୍ତି କୃଷି ମନ୍ତ୍ରୀ ଅରୁଣ ସାହୁ ।