ଭୁବନେଶ୍ୱର(ଏନଏନଏସ୍): ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା । ଏନେଇ ଟ୍ୱିନ ସିଟି ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛନ୍ତି ଏସଆରସି । ସେହିପରି ୧୫ରୁ ୧୯ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ବନ୍ୟା ଉପୁଜିବାର ସମ୍ଭାବନା ରହିଛି । ତେଣୁ ଜିଲ୍ଲାପାଳ ମାନଙ୍କୁ ହେଡକାର୍ଟର ନଛାଡ଼ିବାକୁ ନିର୍ଦ୍ଦେଶ ଜାରି କରାଯାଇଛି । ଏହାସହ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଲୋକଙ୍କୁ ଆବଶ୍ୟକ ନଥିଲେ ବାହାରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।