ଏନଏନଏସ୍: ଦିଗପହଣ୍ଡିର ଖେମୁଣ୍ଡି କଲେଜ ନିକଟରେ ଭୟଙ୍କର ବସ୍ ଦୁର୍ଘଟଣାରେ ୧୨ ଜଣଙ୍କ ଜୀବନ ଯାଇଛି । ୮ ଜଣ ଗୁରୁତର ଆହତ ହୋଇଛନ୍ତି । ଏହି ଘଟଣାରେ ଶୋକପ୍ରକାଶ କରିବା ସହ ମୃତକଙ୍କ ପରିବାର ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଧାନମନ୍ତ୍ରୀ ଘୋଷଣା କରିଥିବା ବେଳେ ୩ଲକ୍ଷ ଟଙ୍କାର ସହାୟତା ସହ ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଅନ୍ୟପଟେ ଘଟଣାସ୍ଥଳକୁ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇ ଦେବା ପାଇଁ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଓ ଗଂଜାମ ଡିପିସିସି ଅଧ୍ୟକ୍ଷ ବିଧାୟକ ବିକ୍ରମ ପଣ୍ଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।