ଏନଏନଏସ୍: ମୟୁରଭଞ୍ଜରେ ମହାମହିମ ରାଷ୍ଟ୍ରପତି । ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଜନ୍ମମାଟିରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ଖବର ଅନୁଯାୟୀ ମୟୂରଭଞ୍ଜର ବାଦାମ ପାହାଡ ହେଲିପ୍ୟାଡରେ ପହଞ୍ଚିବା ପରେ ଗାଁ ଅଭିମୁଖେ ଯାତ୍ରା କରିଛନ୍ତି ରାଷ୍ଟ୍ରପତି । ମୟୂରଭଞ୍ଜର ବାଦାମ ପାହାଡ ହେଲିପ୍ୟାଡରେ ପହଞ୍ଚିବା ପରେ ତାଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ।
ଜନ୍ମମାଟିରେ ପହଞ୍ଚିବା ପରେ ସ୍ୱାମୀ ସର୍ଗତ ଶ୍ୟାମଚରଣ ମୁର୍ମୁଙ୍କ ସମାଧିରେ ପୁଷ୍ପମାଲ୍ୟ ଅର୍ପଣ କରିବେ । ସେଠାରୁ ଗୋଷାଣୀ ନୂଆଗାଁ ଗସ୍ତରେ ଯିବେ । ସେଠାରେ ନାବାର୍ଡ ଦ୍ୱାରା ତିଆରି ହେଉଥିବା ଏସ୍ଏଲ୍ଏସ୍ ଟ୍ରଷ୍ଟ ସ୍କୁଲ କମ୍ୟୁନିଟି ସେଂଟରର ଲୋକାର୍ପଣ କରିବେ । ଏହା ସହ ଏଲ୍ ଆଣ୍ଡ ଟି ଦ୍ୱାରା ନିର୍ମାଣ ହେଉଥିବା ସ୍କିଲ ହବର ମଧ୍ୟ ଲୋକାର୍ପଣ କରିବାର କାର୍ୟ୍ୟକ୍ରମ ରହିଛି । ଅପରାହ୍ନ ୧୨ଟା ୩୦ରେ ପାହାଡପୁରରୁ ବାହାରି ୧୨ଟା ୪୫ରେ ହାଟବଦ୍ରା ସ୍ଥିତ ବ୍ରହ୍ମକୁମାରୀ କେନ୍ଦ୍ରରେ ପହଂଚିବେ । ସେଠାରେ ନିଶାମୁକ୍ତି ଓଡ଼ିଶା କ୍ୟାମ୍ପେନର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି।