ଭୁବନେଶ୍ୱର(ଏନଏନଏସ୍): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନିଦିନିଆ ଓଡ଼ିଶା ଗସ୍ତର ଆଜି ଦ୍ୱିତୀୟ ଦିନ। ଆଜି ଶିମିଳିପାଳ ଅଭୟାରଣ୍ୟ ବୁଲି ଦେଖିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶିମିଳିପାଳରେ ରାଷ୍ଟ୍ରପତିଙ୍କ ପ୍ରାୟ ୮୦ କିଲୋମିଟର ବୁଲିବାକୁ ସ୍ୱତନ୍ତ୍ର ଗାଡିର ବ୍ୟବସ୍ଥା କରାଯାଇଛି । ଅନ୍ୟପଟେ ସୁରକ୍ଷାକୁ ଦୃଷ୍ଟିରେ ରଖି ଆଜି ସାଧାରଣ ପର୍ୟ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିଛି। ଆଜି ସକାଳୁ ମହାମହିମ ରାଷ୍ଟ୍ରପତି ପ୍ରଥମେ ରାଇରଙ୍ଗପୁର ମହୁଲଡିହା ଗାଁରେ ଥିବା ଶିବମନ୍ଦିର ଯାଇ ଭଗବାନଙ୍କ ଆଶୀର୍ବାଦ ନେଇଛନ୍ତି। ଏହା ପରେ ରଘୁନାଥ ମନ୍ଦିର ପରିଦର୍ଶନ କରିଥିଲେ। ଏହାପରେ ଦାଣ୍ଡବୋଷ ଯାଇ ସେଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଛନ୍ତି। ପରେ ଦିନ ୧୨ଟାରେ ଶିମିଳିପାଳ ଅଭିମୁଖେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।