ଭୁବନେଶ୍ୱର(ଏନଏନଏସ୍): ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବରିଷ୍ଠ ଆଇପିଏସ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ଏନେଇ ୧୯୯୦ ବ୍ୟାଚ୍ ଆଇପିଏସ୍ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଅଗ୍ନିଶମ ଡିଜି ଭାବେ ବଦଳି କରାଯାଇଛି। ପୂର୍ବରୁ ସୁଧାଂଶୁ ଷଡ଼ଙ୍ଗୀ ସ୍ପେଶାଲ ଡିଜି ପୋଲିସ ରେଲୱେ ଆଣ୍ଡ କୋଷ୍ଟାଲ ସିକ୍ୟୁରୀଟି ଭାବରେ କାର୍ୟ୍ୟରତ ଥିଲେ। ଦାୟିତ୍ୱ ଗ୍ରହଣ କରିବା ପରେ ସୁଧାଂଶୁ ଷଡଙ୍ଗୀ କହିଛନ୍ତି, ୨୦୦୦ ମସିହା ବେଳକୁ ରାଜ୍ୟରେ ମାତ୍ର ୧୧୨ ଟି ଅଗ୍ନିଶମ କେନ୍ଦ୍ର ଥିଲା ବର୍ତ୍ତମାନ ଏହା ତିନିଗୁଣ ବୃଦ୍ଧି ପାଇ ୩୪୫ ରେ ପହଞ୍ଚିଛି।