<h3>ରାତି ପାହିଲେ ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ । ଏହି ପର୍ଯ୍ୟାୟରେ ୬ଟି ସଂସଦୀୟ କ୍ଷେତ୍ର ଏବଂ ୪୨ଟି ବିଧାନସଭା ଆସନରେ ହେବ ମତଦାନ । ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୯ ଲକ୍ଷ ୬୧ ହଜାର ଭୋଟର । ପ୍ରେସ ମିଟ୍ କରି ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ସୂଚନା ମୁତାବକ ୧୦ ହଜାର ୮୮୨ଟି ମତଦାନ କେନ୍ଦ୍ର ରହିଛି । ୧୪ଶହ ବୁଥ୍ ମହିଳାଙ୍କ ଦ୍ୱାରା ପରିଚାଳିତ ହେବ। ଏଥିପାଇଁ ନିୟୋଜିତ ହେବେ ୭୦ ହଜାରରୁ ଅଧିକ ପୋଲିଂ କର୍ମଚାରୀ।ଏହା’ସହ ଭୋଟିଂବେଳେ ମୁତୟନ ରହିବେ ୧୨୫ କମ୍ପାନୀ ଉଇଚ। ସବୁଥର ଭଳି ଏଥର ବି ଚଡଊ ଭୋଟରଙ୍କ ପାଇଁ ନିଃଶୁଳ୍କ ପରିବହନ ବ୍ୟବସ୍ଥା ହୋଇଛି ।ଖାଲି ସେତିକି ନୁହେଁ ପ୍ରିଜାଇଡିଂ ଅଫିସରଙ୍କ ବ୍ୟତୀତ ବୁଥକୁ କୌଣସି ବ୍ୟକ୍ତି ମୋବାଇଲ ନେଇପାରିବେ ନାହିଁ । ୨୦୧୯ରେ ଏହି ୬ଟି ସଂସଦୀୟ କ୍ଷେତ୍ରରେ ୭୪ ପ୍ରତିଶତ ମତଦାନ ହାର ଥିବା ନେଇ ବି ଉଋଙ ସୂଚନା ଦେଇଥିଲେ।</h3> https://youtu.be/h3IGPo5zuEc