ଭୁବନେଶ୍ବର,(ଏନଏନଏସ ଓଡ଼ିଆ /୨୦.୦୩): ରାଜ୍ୟ ବିଧାନସଭା ପ୍ରଶ୍ନକାଳରେ ଆଜି ବିରୋଧୀ ସଦସ୍ୟଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଫଳରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବି ଘୋଷଣା କରିଛନ୍ତି। ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ଅଭିଯୋଗରେ ବିରୋଧୀ ସଦସ୍ୟମାନେ ଗୃହରେ ହଟ୍ଟଗୋଳ କରିଥିଲେ। ବିରୋଧୀ ବିଜେପି ଓ କଂଗ୍ରେସ ଦଳର ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହୋହାଲ୍ଲା କରିଥିଲେ। ତେଣୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବି ଘୋଷଣା କରିଛନ୍ତି। ଆଜି ଗୃହ କାର୍ଯ୍ୟ ଆରମ୍ଭରେ ପ୍ରଥମେ ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେଙ୍କ ପରଲୋକରେ ଶୋକ ପ୍ରସ୍ତାବ ଆଗତ କରାଯାଇଥିଲା। ପରେ ପ୍ରଶ୍ନକାଳରେ ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ କରିଥିଲେ।