ଭୁବନେଶ୍ୱର(ଏନଏନଏସ୍): ଆଜିଠାରୁ ୩ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଗସ୍ତର ପ୍ରଥମ ଦିନରେ ମନ୍ତ୍ର ପୁରୀ ରେଳ ଷ୍ଟେସନରେ ପହଞ୍ଚି ରଥଯାତ୍ରା ନେଇ ତୀର୍ଥଯାତ୍ରୀଙ୍କ ପାଇଁ ଆୟୋଜନ କରାଯାଇଥିବା ବିଭିନ୍ନ ବ୍ୟବସ୍ଥାର ସ୍ଥିତି ସମୀକ୍ଷା କରିବେ । ଏହାପରେ ବାଲେଶ୍ୱର ଜିଲ୍ଲା ବାହାନଗା ବଜାରକୁ ଯାଇ ସ୍ଥାନୀୟ ଲୋକ, ଜିଲ୍ଲା ଡାକ୍ତରଖାନା ଓ ଜିଲ୍ଲା ପ୍ରଶାସନର ଅଧିକାରୀଙ୍କ ସହ ଆଲୋଚନା କରିବେ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଏଥିସହ ବାଲେଶ୍ୱର ରେଳ ଷ୍ଟେସନର ବିକାଶ ଯାଞ୍ଚ କରିବା ସହ ବିକାଶମୂଳକ କାର୍ୟ୍ୟର ସମୀକ୍ଷା କରିବେ ଅଶ୍ୱିନୀ ବୈଷ୍ଣବ ।