ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ୍ ୧୫ ଓ ୧୬ ତାରିଖ ଦିନ ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ଓ ଶେରଗଡ ଗସ୍ତ କରି ବିଭିନ୍ନ ଉନ୍ନୟନମୁଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଶ୍ରୀ ପାଣ୍ଡିଆନ ପ୍ରଥମେ ହିଞ୍ଜିଳି ଓ ଶେରଗଡରେ ଥିବା ୩୯ଟି ହାଇସ୍କୁଲରେ 5T କାର୍ଯ୍ୟକ୍ରମ ଅଧିନରେ ଚାଲିଥିବା ରୂପାନ୍ତରୀକରଣ କାମର ପର୍ଯ୍ୟବେକ୍ଷଣ କରିଥିଲେ। ରାଜ୍ୟର ୧୦୭୨ଟି ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍ କାର୍ଯ୍ୟକ୍ରମରେ ସ୍କୁଲ ଗୁଡିକରେ ଇ-ଲାଇବ୍ରେରୀ, ଆଧୁନିକ ପରୀକ୍ଷାଗାର, Hygenic toilet, ସ୍ବଚ୍ଛ ପାନୀୟ ଜଳ ବ୍ୟବସ୍ଥା, ଖେଳପଡିଆ ଓ ବୃକ୍ଷରୋପଣ ଆଦି କାର୍ଯ୍ୟକ୍ରମକୁ ସଚିବ ଭି କେ ପାଣ୍ଡିଆନ ପର୍ଯ୍ୟବେକ୍ଷଣ କରି ଅଗ୍ରଗତିର ସମୀକ୍ଷା କରିଥିଲେ। ଶ୍ରୀ ପାଣ୍ଡିଆନଙ୍କ ସମୀକ୍ଷାରୁ ଜଣାଯାଇଛି ଯେ ହିଞ୍ଜିଳି ଓ ଶେରଗଡର ୩୯ଟି ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ କାମ ସଂପୂର୍ଣ୍ଣ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅଗଷ୍ଟ ୨୧ ତାରିଖରୁ ଏହାକୁ ପର୍ଯ୍ୟାୟକ୍ରମେ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିବେ । ଏହାପରେ ଶ୍ରୀ ପାଣ୍ଡିଆନ ଗଞ୍ଜାମର ପ୍ରସିଦ୍ଧ ତାରାତାରିଣୀ ମନ୍ଦିର ଗସ୍ତ କରି ମନ୍ଦିର ଓ ଏହାର ପାରିପାର୍ଶ୍ବିକ ବିକାଶ କାମ ପର୍ଯ୍ୟବେକ୍ଷଣ କରିବା ସହିତ ମନ୍ଦିର ବିକାଶ କାର୍ଯ୍ୟକୁ ନଭେମ୍ବର ୨୦୨୧ ସୁଦ୍ଧା ସଂପୂର୍ଣ୍ଣ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପରେ ପୁରୁଷୋତ୍ତମପୁର ଆଇ.ଟି.ଆଇ ପରିଦର୍ଶନ କରି ସେଠାର ଦିଆଯାଉଥିବା ଉନ୍ନତ ଶିକ୍ଷାଦାନ ବ୍ୟବସ୍ଥା ପାଇଁ ଧନ୍ୟବାଦ ଜଣାଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କଲ୍ ଯୋଗେ ସ୍କୁଲ ରୂପାନ୍ତରୀକରଣ କାମ ସମ୍ପର୍କରେ ଛାତ୍ରଛାତ୍ରୀ ତଥା ଅଭିଭାବକ ମାନଙ୍କ ମତାମତ ଲୋଡିଥିଲେ । ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାପାଳ, ଜିଲ୍ଲାର ଏସ୍.ପି ଓ ଜିଲ୍ଲା ଗ୍ରାମ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।
#CMO #5T #VKPandian #NNSODIA #NNSODIA