ଆସୁଛି ବାତ୍ୟା ‘ଜୱାଦ୍’। ୪ରେ ଲ୍ୟାଣ୍ଡଫଲ କରିବ ବାତ୍ୟା । ଶନିବାର ଘଣ୍ଟାପ୍ରତି ୧୦୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ବାତ୍ୟା ନେଇ ସତର୍କତା ଜାରି କରିଛନ୍ତି ଏସଆରସି । ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପୁରୀ, ଜଗତସିଂହପୁର, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିଭଳି ୪ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର, ଯାଜପୁର ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା କାରଣରୁ ତଳିଆ ଅଞ୍ଚଳରେ ବନ୍ୟା ପରିସ୍ତିତି ସୃଷ୍ଟି ହେବାର ସମ୍ଭାବନା ରହିଛି । ଏଣୁ ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।
ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଘନିଭୂତ ହୋଇଛି। ଆସନ୍ତାକାଲି ଅବପାତରେ ରୂପ ନେବ ଲଘୁଚାପ। ୩ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ରୂପ ନେବା ସହ ୪ ତାରିଖ ସୁଦ୍ଧା ବାତ୍ୟା ଓଡ଼ିଶା ଉପକୂଳ ଛୁଇଁବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ୩ ତାରିଖ ରାତିରେ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହୋଇଯିବ। ୪ ତାରିଖରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାତ୍ୟା ଆସୁଥିବା ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସ୍ପଷ୍ଟ କରିଛନ୍ତି ।